ଗଣନା ପୁସ୍ତକ 25

ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।

Numbers 25:14 (UKJV) Now the name of the Israelite that was slain, even that was slain with the Midianitish woman, was Zimri, the son of Salu, a prince of a chief house among the Simeonites.

12ଏହେତୁ ତୁମ୍ଭେ କୁହ, “ଦେଖ, ଆମ୍ଭେ ତାହାକୁ ଆପଣା ଶାନ୍ତିକର ନିୟମ ଦେଲୁ;

13ତହିଁରେ ତାହା ପ୍ରତି ଓ ତାହା ଉତ୍ତାରେ ତାହାର ସନ୍ତାନଗଣଙ୍କ ପ୍ରତି ଅନନ୍ତକାଳୀନ ଯାଜକତ୍ୱର ନିୟମ ହେବ; କାରଣ ସେ ଆପଣା ପରମେଶ୍ୱରଙ୍କ ପକ୍ଷରେ ଅନ୍ତର୍ଜ୍ୱାଳା ପ୍ରକାଶ କଲା ଓ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କଲା।”

14ଇସ୍ରାଏଲୀୟ ଯେଉଁ ହତ ପୁରୁଷ, ଯେ ସେହି ମିଦୀୟନୀୟା ସ୍ତ୍ରୀ ସହିତ ହତ ହୋଇଥିଲା, ତାହାର ନାମ ସିମ୍ରି, ସେ ଶିମୀୟୋନୀୟ ପିତୃଗୃହର ଅଧିପତି ସାଲୂର ପୁତ୍ର।

15ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍‍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।

16ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.