15ପୁଣି, ସେହି ହତ ମିଦୀୟନୀୟା ସ୍ତ୍ରୀର ନାମ କସ୍ୱୀ, ସେ ସୂରର କନ୍ୟା; ସେହି ସୂର୍ ମିଦୀୟନୀୟ ଏକ ପିତୃଗୃହର ଲୋକମାନଙ୍କ ମଧ୍ୟରେ ପ୍ରଧାନ ଥିଲା।
16ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
17“ମିଦୀୟନୀୟ ଲୋକମାନଙ୍କୁ କ୍ଳେଶ ଦିଅ ଓ ସେମାନଙ୍କୁ ବଧ କର;
18କାରଣ ପିୟୋର (ଦେବତା) ବିଷୟକ ଛଳରେ ଓ ସେହି ପିୟୋର ଲାଗି ମାରୀ ଦିନରେ ହତ ହେଲା ଯେ ସେମାନଙ୍କ ଆତ୍ମୀୟା କସ୍ୱୀ ନାମ୍ନୀ ମିଦୀୟନୀୟ ରାଜକୁମାରୀ, ତାହାରି ବିଷୟକ ଛଳରେ ସେମାନେ ତୁମ୍ଭମାନଙ୍କୁ ଛଳ କରି କ୍ଳେଶ ଦେଲେ।”