ଗଣନା ପୁସ୍ତକ 25

ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।

Numbers 25:3 (UKJV) And Israel joined himself unto Baalpeor: and the anger of the LORD was kindled against Israel.

1ଏଥିଉତ୍ତାରେ ଇସ୍ରାଏଲ ଶିଟୀମରେ ବାସ କଲେ, ପୁଣି, ଲୋକମାନେ ମୋୟାବର କନ୍ୟାଗଣ ସହିତ ବ୍ୟଭିଚାର କରିବାକୁ ଲାଗିଲେ।

2ପୁଣି, ସେହି କନ୍ୟାମାନେ ଲୋକମାନଙ୍କୁ ଆପଣାମାନଙ୍କ ଦେବଗଣର ବଳିଦାନ ଉପଲକ୍ଷ୍ୟରେ ନିମନ୍ତ୍ରଣ କଲେ; ପୁଣି, ଲୋକମାନେ ଭୋଜନ କଲେ ଓ ସେମାନଙ୍କ ଦେବଗଣକୁ ପ୍ରଣାମ କଲେ।

3ଆଉ ଇସ୍ରାଏଲ ଆପେ ବାଲ୍‍-ପିୟୋର ପ୍ରତି ଆସକ୍ତ ହେଲେ; ଏଣୁ ସଦାପ୍ରଭୁଙ୍କର କ୍ରୋଧ ଇସ୍ରାଏଲର ପ୍ରତିକୂଳରେ ପ୍ରଜ୍ୱଳିତ ହେଲା।

4ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଲୋକମାନଙ୍କର ସମସ୍ତ ପ୍ରଧାନବର୍ଗଙ୍କୁ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସୂର୍ଯ୍ୟ ସମ୍ମୁଖରେ ସେମାନଙ୍କୁ ଟଙ୍ଗାଅ, ତହିଁରେ ଇସ୍ରାଏଲଠାରୁ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଫେରିବ।”

5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.