ଗଣନା ପୁସ୍ତକ 25

ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;

Numbers 25:7 (UKJV) And when Phinehas, the son of Eleazar, the son of Aaron the priest, saw it, he rose up from among the congregation, and took a javelin in his hand;

5ତହୁଁ ମୋଶା ଇସ୍ରାଏଲର ବିଚାରକର୍ତ୍ତୃଗଣକୁ କହିଲେ, “ତୁମ୍ଭେମାନେ ପ୍ରତ୍ୟେକେ ବାଲ୍‍-ପିୟୋର ପ୍ରତି ଆସକ୍ତ ଆପଣା ଆପଣା ଲୋକମାନଙ୍କୁ ବଧ କର।”

6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।

7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍‍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;

8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।

9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.