6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,