7ତେବେ ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ତାହା ଦେଖି ମଣ୍ଡଳୀ ମଧ୍ୟରୁ ଉଠି ହାତରେ ଏକ ବର୍ଚ୍ଛା ନେଲା;
8ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।
9ତଥାପି ଚବିଶ ହଜାର ଲୋକ ଏହି ମାରୀରେ ମଲେ।
10ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
11“ହାରୋଣ ଯାଜକର ପୌତ୍ର, ଇଲୀୟାସରର ପୁତ୍ର ପୀନହସ୍ ଲୋକମାନଙ୍କ ପ୍ରତି ଆମ୍ଭ ଅନ୍ତର୍ଜ୍ୱାଳାରେ ଅନ୍ତର୍ଜ୍ୱାଳା ପ୍ରକାଶ କରି ଇସ୍ରାଏଲ-ସନ୍ତାନଗଣଠାରୁ ଆମ୍ଭର କ୍ରୋଧ ଫେରାଇଅଛି, ତହିଁରେ ଆମ୍ଭେ ଆପଣା ଅନ୍ତର୍ଜ୍ୱାଳାରେ ଇସ୍ରାଏଲ-ସନ୍ତାନଗଣଙ୍କୁ ନିଃଶେଷ ରୂପେ ସଂହାର କଲୁ ନାହିଁ।”