8ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
9ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
10ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।
11ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”
12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।