ଗଣନା ପୁସ୍ତକ 27

ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।

Numbers 27:13 (UKJV) And when you have seen it, you also shall be gathered unto your people, as Aaron your brother was gathered.

11ଆଉ ଯଦି ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକୁ ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣଙ୍କର ବିଚାର-ବିଧି ହେବ।’”

12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।

13ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।

14ଯେହେତୁ ତୁମ୍ଭେମାନେ ସୀନ୍‍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍‍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)

15ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.