12ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି, ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର।
13ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ।
14ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
15ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
16“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,