14ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ଡଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ।” (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ।)
15ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
16“ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ୱର ମଣ୍ଡଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
17ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସିପାରିବ, ପୁଣି, ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ଡଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ।”
18ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି, ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;