ଗଣନା ପୁସ୍ତକ 27

ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

Numbers 27:2 (UKJV) And they stood before Moses, and before Eleazar the priest, and before the princes and all the congregation, by the door of the tabernacle of the congregation, saying,

1ଏଥିଉତ୍ତାରେ ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା, ହଗ୍ଲା, ମିଲ୍କା ଓ ତିର୍ସା।

2ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,

3“ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି, ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା।

4ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.