ଗଣନା ପୁସ୍ତକ 27

ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।

Numbers 27:22 (UKJV) And Moses did as the LORD commanded him: and he took Joshua, and set him before Eleazar the priest, and before all the congregation:

20ଆହୁରି ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର।

21ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍‍‍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍‍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”

22ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।

23ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.