21ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମ୍ର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
22ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ଡଳୀ ସମ୍ମୁଖରେ ଉପସ୍ଥିତ କରାଇଲେ।
23ପୁଣି, ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି, ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।