4ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କାହିଁକି ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ।”
5ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ।
6ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
7“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
8ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।