6ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
7“ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ; ପୁଣି, ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ ଅଧିକାର ସମର୍ପଣ କରିବ।
8ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ‘କୌଣସି ମନୁଷ୍ୟ ମଲେ ଯଦି ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ।
9ଯଦି ତାହାର କନ୍ୟା ନ ଥାଏ, ଯଦି ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ।
10ପୁଣି, ଯଦି ତାହାର ଭାଇ ନ ଥାଏ, ଯଦି ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ।