ଗଣନା ପୁସ୍ତକ 28

ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।

Numbers 28:11 (UKJV) And in the beginnings of your months all of you shall offer a burnt offering unto the LORD; two young bullocks, and one ram, seven lambs of the first year without spot;

9ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

10ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।

11ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।

12ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;

13ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.