12ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;
13ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।
14ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।
15ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।
16ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।