16ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
17ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।
18ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
19ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
20ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,