19ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;
20ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
21ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,
22ପୁଣି, ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
23ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।