23ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ବ୍ୟତୀତ ଉତ୍ସର୍ଗ କରିବ।
24ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।
25ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
26ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।
27ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;