ଗଣନା ପୁସ୍ତକ 28

ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।

Numbers 28:7 (UKJV) And the drink offering thereof shall be the fourth part of an hin for the one lamb: in the holy place shall you cause the strong wine to be poured unto the LORD for a drink offering.

5ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।

6ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା।

7ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।

8ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।

9ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.