9ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
10ଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;
11ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
12ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
13ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।