11ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
12ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।
13ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।
14ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶ
15ଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;