16ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
17ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
18ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
19ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
20ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,