22ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
23ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,
24ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
25ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
26ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,