30ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
31ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
32ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,
33ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
34ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।