36ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,
37ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,
38ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।
39ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”
40ସଦାପ୍ରଭୁ ମୋଶାଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଲେ, ମୋଶା ସେହି ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କୁ କହିଲେ।