5ପୁଣି, ଆପଣାମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରିବ।
6ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।
7ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;
8ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;
9ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ