1ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।
2ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
3ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।