ଗଣନା ପୁସ୍ତକ 3

ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Numbers 3:11 (UKJV) And the LORD spoke unto Moses, saying,

9ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,

10ପୁଣି, ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ନିଯୁକ୍ତ କରିବ, ତହିଁରେ ସେମାନେ ଆପଣାମାନଙ୍କ ଯାଜକତ୍ୱ ପଦ ରକ୍ଷା କରିବେ ଓ ଅନ୍ୟ ବଂଶୀୟ ଯେକେହି ନିକଟବର୍ତ୍ତୀ ହେବ, ତାହାର ପ୍ରାଣଦଣ୍ଡ ହେବ।”

11ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

12“ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଗର୍ଭଫଳ ପରିବର୍ତ୍ତରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଗ୍ରହଣ କଲୁ, ଏଣୁ ଲେବୀୟମାନେ ଆମ୍ଭର ହେବେ।

13କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.