13କାରଣ ପ୍ରଥମଜାତ ସମସ୍ତ ଆମ୍ଭର; ଯେଉଁ ଦିନ ଆମ୍ଭେ ମିସର ଦେଶରେ ପ୍ରଥମଜାତ ସକଳକୁ ଆଘାତ କଲୁ, ସେହି ଦିନ ଆମ୍ଭେ ଇସ୍ରାଏଲ ମଧ୍ୟରେ ମନୁଷ୍ୟ ଓ ପଶୁ ସମସ୍ତ ପ୍ରଥମଜାତକୁ ଆପଣା ଉଦ୍ଦେଶ୍ୟରେ ପବିତ୍ର କଲୁ; ସେମାନେ ଆମ୍ଭର; ଆମ୍ଭେ ସଦାପ୍ରଭୁ ଅଟୁ।”
14ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
15“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
16ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
17ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ, କହାତ ଓ ମରାରି।