14ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ମୋଶାଙ୍କୁ କହିଲେ,
15“ଆପଣା ଆପଣା ପିତୃଗୃହ ଓ ଆପଣା ଆପଣା ବଂଶାନୁସାରେ ଲେବୀୟ ସନ୍ତାନଗଣକୁ ଗଣନା କର; ତୁମ୍ଭେ ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷଙ୍କୁ ଗଣନା କରିବ।”
16ତହିଁରେ ମୋଶା ଆଜ୍ଞାନୁସାରେ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେମାନଙ୍କୁ ଗଣନା କଲେ।
17ଆପଣା ଆପଣା ନାମାନୁସାରେ ଏମାନେ ଲେବୀର ପୁତ୍ରଗଣ; ଯଥା, ଗେର୍ଶୋନ, କହାତ ଓ ମରାରି।
18ପୁଣି, ଆପଣା ଆପଣା ବଂଶାନୁସାରେ ଗେର୍ଶୋନର ସନ୍ତାନମାନଙ୍କ ନାମ ଲିବ୍ନି ଓ ଶିମୀୟି।