ଗଣନା ପୁସ୍ତକ 3

ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।

Numbers 3:2 (UKJV) And these are the names of the sons of Aaron; Nadab the firstborn, and Abihu, Eleazar, and Ithamar.

1ଯେଉଁ ଦିନ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ସଙ୍ଗେ କଥା କହିଲେ, ସେହି ଦିନ ହାରୋଣ ଓ ମୋଶାଙ୍କର ବଂଶାବଳୀ ଏହି।

2ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।

3ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।

4ମାତ୍ର ନାଦବ୍‍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.