ଗଣନା ପୁସ୍ତକ 3

ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।

Numbers 3:21 (UKJV) Of Gershon was the family of the Libnites, and the family of the Shimites: these are the families of the Gershonites.

19ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।

20ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।

21ଗେର୍ଶୋନଠାରୁ ଲିବ୍‍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।

22ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।

23ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.