21ଗେର୍ଶୋନଠାରୁ ଲିବ୍ନୀୟ ବଂଶ ଓ ଶିମୀୟିର ବଂଶ ଉତ୍ପନ୍ନ ହେଲେ; ଏମାନେ ଗେର୍ଶୋନୀୟ ବଂଶ।
22ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ଯେଉଁ ସମସ୍ତ ପୁରୁଷ ଗଣିତ ହେଲେ, ସେମାନଙ୍କର ଗଣିତ ଲୋକ ସଂଖ୍ୟା ସାତ ହଜାର ପାଞ୍ଚ ଶହ ହେଲା।
23ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍ ଭାଗରେ ଛାଉଣି ସ୍ଥାପନ କରିବେ।
24ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
25ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,