24ପୁଣି, ଲାୟେଲର ପୁତ୍ର ଇଲୀୟାସଫ୍ ଗେର୍ଶୋନୀୟମାନଙ୍କ ପିତୃଗୃହର ଅଧିପତି ହେବ।
25ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
26ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
27ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
28ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।