26ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
27ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
28ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
29କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
30ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍ କହାତୀୟ ବଂଶର ଅଧିପତି ହେବ।