ଗଣନା ପୁସ୍ତକ 3

କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

Numbers 3:29 (UKJV) The families of the sons of Kohath shall pitch on the side of the tabernacle southward.

27ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।

28ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।

29କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।

30ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍‍ କହାତୀୟ ବଂଶର ଅଧିପତି ହେବ।

31ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍‍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.