29କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
30ଆଉ ଉଷୀୟେଲର ପୁତ୍ର ଇଲୀଶାଫନ୍ କହାତୀୟ ବଂଶର ଅଧିପତି ହେବ।
31ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
32ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
33ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।