34ପୁଣି, ଏମାନଙ୍କ ମଧ୍ୟରେ ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଛଅ ହଜାର ଦୁଇ ଶହ ଲୋକ ହେଲେ।
35ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
36ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍ସମ୍ବନ୍ଧୀୟ ସେବାକାର୍ଯ୍ୟ,
37ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।
38ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।