ଗଣନା ପୁସ୍ତକ 3

ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।

Numbers 3:38 (UKJV) But those that camp before the tabernacle toward the east, even before the tabernacle of the congregation eastward, shall be Moses, and Aaron and his sons, keeping the charge of the sanctuary for the charge of the children of Israel; and the stranger that comes nigh shall be put to death.

36ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,

37ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥିତ ସ୍ତମ୍ଭ, ତହିଁର ସକଳ ଚୁଙ୍ଗୀ, ମେଖ ଓ ରଜ୍ଜୁ ମରାରି-ସନ୍ତାନଗଣର ନିରୂପିତ ରକ୍ଷଣୀୟ ହେବ।

38ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।

39ଲେବୀୟମାନଙ୍କ ମଧ୍ୟରୁ ଯେଉଁମାନେ ଗଣିତ ହେଲେ, ଯେଉଁମାନଙ୍କୁ ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ସେମାନଙ୍କ ବଂଶାନୁସାରେ ଗଣନା କଲେ, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପୁରୁଷ ସଂଖ୍ୟାରେ ବାଇଶ ହଜାର ହେଲେ।

40ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷଙ୍କୁ ଗଣନା କର ଓ ସେମାନଙ୍କ ନାମସଂଖ୍ୟା କର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.