2ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।
3ହାରୋଣଙ୍କର ଯେଉଁ ପୁତ୍ରମାନେ ଯାଜକ ରୂପେ ଅଭିଷିକ୍ତ ହୋଇଥିଲେ ଓ ଯେଉଁମାନଙ୍କୁ ସେ ଯାଜକର କର୍ମ କରିବା ପାଇଁ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
4ମାତ୍ର ନାଦବ୍ ଓ ଅବୀହୂ ସୀନୟ ପ୍ରାନ୍ତରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଇତର ଅଗ୍ନି ଉତ୍ସର୍ଗ କରି ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାଣତ୍ୟାଗ କରିଥିଲେ, ସେମାନଙ୍କର ସନ୍ତାନ ନ ଥିଲା; ଏଥିସକାଶୁ ଇଲୀୟାସର ଓ ଈଥାମର ଆପଣା ପିତା ହାରୋଣଙ୍କ ସାକ୍ଷାତରେ ଯାଜକ କର୍ମ କଲେ।
5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
6“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।