41ଆମ୍ଭେ ସଦାପ୍ରଭୁ; ଆମ୍ଭ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଗ୍ରହଣ କରିବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ପଶୁ ବଦଳେ ଲେବୀୟମାନଙ୍କର ପଶୁ ଗ୍ରହଣ କରିବ।”
42ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସମସ୍ତ ପ୍ରଥମଜାତ ଲୋକର ଗଣନା କଲେ।
43ପୁଣି, ସେମାନଙ୍କର ଏକ ମାସରୁ ଅଧିକ ବୟସ୍କ ସମସ୍ତ ପ୍ରଥମଜାତ ପୁରୁଷର ନାମ-ସଂଖ୍ୟାନୁସାରେ ଯେଉଁମାନେ ଗଣିତ ହେଲେ, ସେମାନଙ୍କ ସଂଖ୍ୟା ବାଇଶ ହଜାର ଦୁଇ ଶହ ତେସ୍ତରି ହେଲା।
44ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
45“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।