45“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ପ୍ରଥମଜାତ ଲୋକ ବଦଳେ ଲେବୀୟମାନଙ୍କୁ ଓ ସେମାନଙ୍କ ପଶୁ ବଦଳେ ଲେବୀୟମାନଙ୍କର ପଶୁମାନଙ୍କୁ ଗ୍ରହଣ କର; ଆଉ ଲେବୀୟମାନେ ଆମ୍ଭର ହେବେ; ଆମ୍ଭେ ସଦାପ୍ରଭୁ ଅଟୁ।
46ପୁଣି, ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କ ମଧ୍ୟରେ ଲେବୀୟମାନଙ୍କ ସଂଖ୍ୟାରୁ ଅଧିକ ଦୁଇ ଶହ ତେସ୍ତରି ଲୋକର ମୁକ୍ତି ନିମନ୍ତେ,
47ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।
48ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।”
49ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।