48ଆଉ ତୁମ୍ଭେ ସେହି ବଳକା ଲୋକମାନଙ୍କ ମୁକ୍ତିର ମୂଲ୍ୟ ନେଇ ହାରୋଣ ଓ ତାହାର ପୁତ୍ରମାନଙ୍କୁ ଦେବ।”
49ତହୁଁ ମୋଶା ଲେବୀୟମାନଙ୍କ ଦ୍ୱାରା ମୁକ୍ତ ଲୋକଙ୍କ ବ୍ୟତୀତ ଅବଶିଷ୍ଟ ଲୋକମାନଙ୍କ ମୁକ୍ତି-ମୂଲ୍ୟ ନେଲେ।
50ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;
51ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସେହି ମୁକ୍ତି-ମୂଲ୍ୟ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଲେ।