ଗଣନା ପୁସ୍ତକ 3

ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।

Numbers 3:7 (UKJV) And they shall keep his charge, and the charge of the whole congregation before the tabernacle of the congregation, to do the service of the tabernacle.

5ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

6“ତୁମ୍ଭେ ଲେବୀୟ ବଂଶକୁ ଆଣି ହାରୋଣ ଯାଜକଙ୍କ ସମ୍ମୁଖରେ ଉପସ୍ଥିତ କରାଅ, ସେମାନେ ତାହାର ସେବା କରିବେ।

7ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।

8ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।

9ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.