12ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
13ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।
14ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
15ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
16ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।