ଗଣନା ପୁସ୍ତକ 30

କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।

Numbers 30:2 (UKJV) If a man vow a vow unto the LORD, or swear an oath to bind his soul with a bond; he shall not break his word, he shall do according to all that proceeds out of his mouth.

1ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।

2କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।

3ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,

4ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.