4ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
5ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
6ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
7ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
8ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।