6ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
7ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
8ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
9ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
10ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,